ରାଜ୍ୟରେ ଆଜି ୧୪ ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ୱର, ୨/୫: ରାଜ୍ୟରେ ଏଣିକି ପୁଣିଥରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢିବା ସହ କରୋନା ଜନିତ ମୃତ୍ୟୁ ସଂଖ୍ୟା ମଧ୍ୟ ବଢୁଛି। ଆଜି ରାଜ୍ୟରେ ୧୪ ଜଣଙ୍କ ଜୀବନ ନେଇଛି କରୋନା । ୧୪ ଜଣଙ୍କ ମଧ୍ୟରେ ରାୟଗଡ଼ାରେ ସର୍ବାଧିକ ୪, କେନ୍ଦୁଝରରେ ୨, ଭଦ୍ରକ, ବଲାଙ୍ଗିର, ବୌଦ୍ଧ, ଦେବଗଡ଼, ଗଞ୍ଜାମ, ଜଗତସିଂହପୁର, ଖୋର୍ଦ୍ଧା ଓ ସୁନ୍ଦରଗଡ଼ରେ ଜଣେ ଲେଖାଏଁ ମୃତ। ଏହାସହ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୨୦୬୮ କୁ ବୃଦ୍ଧି ପାଇଛି ।