ରାଜଧାନୀ ଭୁବନେଶ୍ୱରରୁ ଆଜି ୨୦୧ କରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ୱର, ୨୨।୧୦(ଦି ପ୍ରଗତି ନ୍ୟୁଜ୍): ରାଜଧାନୀ ଭୁବନେଶ୍ୱରରୁ ଆଜି ୨୦୧ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୬୪ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳରୁ ୧୩୭ ଜଣ ଚିହ୍ନଟ ହୋଇଛନ୍ତି । ଏହାସହ ଆଜି ୨୯୨ କରୋନା ଆକ୍ରାନ୍ତ ସୁସ୍ଥ ମଧ୍ୟ ହୋଇଛନ୍ତି ।

ଭୁବନେଶ୍ୱରରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୮୧୧୦କୁ ବୃଦ୍ଧି ପାଇଥିବା ବେଳେ ୨୫୩୫୨ଜଣ ସୁସ୍ଥ ହୋଇଛନ୍ତି ଓ ୧୪୬ଜଣଙ୍କର ମୃତ୍ୟୁ ହୋଇଛି । ଏବେ ବି ୨୫୯୧ଜଣ କରୋନା ଆକ୍ରାନ୍ତ ବିଭିନ୍ନ ହସ୍ପିଟାଲରେ ଚିକିତ୍ସାଧୀନ ଅଛନ୍ତି ।