ରାଜ୍ୟରେ ଆଜି ୮୨୧୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୪/୫: ରାଜ୍ୟରେ ପୁଣିଥରେ  ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢିବାରେ ଲାଗିଛି। ଏହାରିମଧ୍ୟରେ ଆଜି ରାଜ୍ୟରେ ଦିନକରେ ଆଉ ୮୨୧୬ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ସଂଗରୋଧରୁ ୪୬୮୪ ଓ ସ୍ଥାନୀୟ ଅଞ୍ଚଳରୁ ୩୫୩୨ ରୋଗୀ ଚିହ୍ନଟ ହୋଇଛନ୍ତି। ଏହାସହ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪ ଲକ୍ଷ ୭୯ ହଜାର ୭୫୨କୁ ବୃଦ୍ଧି ପାଇଛି। ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ  ୪ ଲକ୍ଷ ୦୪ ହଜାର ୦୬୩ଜଣ ସୁସ୍ଥ ହୋଇଛନ୍ତି। କିନ୍ତୁ  ଏବେ ବି ୭୩,୫୪୮ ଜଣ ଚିକିତ୍ସାଧୀନ ଅଛନ୍ତି।