ନୂଆଦିଲ୍ଲୀ,୪/୫: ଦେଶରେ କରୋନା ସଂକ୍ରମଣ ଦୃତ ଗତିରେ ଦିନକୁ ଦିନ ବୃଦ୍ଧି ପାଇବାରେ ଲଗିଛି। ତେଣୁ କରୋନା ଚେନ ଭାଙ୍ଗିବା ପାଇଁ ବିଭିନ୍ନ ପ୍ରକାର ପଦକ୍ଷେପ ନିଆଯାଉଛି। ଏହାରିମଧ୍ୟରେ ବିହାରରେ ଲକଡାଉନ୍ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନୀତିଶ କୁମାର। ସେ ଆସନ୍ତା ୧୫ ତାରିଖ ଯାଏଁ ସାରା ରାଜ୍ୟରେ ଲକଡାଉନ୍ ଘୋଷଣା କରିଛନ୍ତି। କରୋନା ସଂକ୍ରମଣ ବୃଦ୍ଧି ପରେ ଲକ୍ଡାଉନ୍ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ।