ରାଜ୍ୟରେ ଆଜି ୧୯ ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ୱର, ୭/୫: ରାଜ୍ୟରେ ଏଣିକି ପୁଣିଥରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢିବା ସହ କରୋନା ଜନିତ ମୃତ୍ୟୁ ସଂଖ୍ୟା ମଧ୍ୟ ବଢୁଛି। ଆଜି ରାଜ୍ୟରେ ୧୯ ଜଣଙ୍କ ଜୀବନ ନେଇଛି କରୋନା । ଏହାସହ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୨୧୪୦ କୁ ବୃଦ୍ଧି ପାଇଛି ।