ସାଂଘାତିକ ସ୍ଥିତି : ରାଜଧାନୀ ଭୁବନେଶ୍ବରରୁ ଆଜି ୧୦୮୪ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୯/୫: ରାଜ୍ୟରେ ଏବେ ହୁ ହୁ ହୋଇ କରୋନା ସଂକ୍ରମଣ ବଢ଼ିବାରେ ଲାଗିଛି। ଆଜି ଓଡ଼ିଶାରେ ୧୦,୬୩୫ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ତନ୍ମଧ୍ୟରୁ ରାଜଧାନୀ ଭୁବନେଶ୍ୱରରୁ ୧୦୮୪ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ୧୦୮୪ ଆକ୍ରାନ୍ତଙ୍କ ମଧ୍ୟରୁ ସଂଗରୋଧରୁ ୨୧୩ ଓ ସ୍ଥାନୀୟ ଅଞ୍ଚଳରୁ ୮୭୧ ରୋଗୀ ଚିହ୍ନଟ ହୋଇଛନ୍ତି।ସେହିପରି ଆଜି ୯୦୬ ଜଣ ଆକ୍ରାନ୍ତ ସୁସ୍ଥ ମଧ୍ୟ ହୋଇଛନ୍ତି। ଏହାସହ ଭୁବନେଶ୍ୱରରେ ଆକ୍ରାନ୍ତଙ୍କ ସଂଖ୍ୟା ୫୩,୬୧୪ କୁ ବୃଦ୍ଧି ପାଇଛି। ୪୩,୦୬୧ଜଣ ସୁସ୍ଥ ହୋଇଥିବା ବେଳେ ୨୮୦ ଜଣଙ୍କର ମୃତ୍ୟୁ ଘଟିଛି ଓ ଏବେ ଭୁବନେଶ୍ୱର ରେ ୧୦୨୫୨ ଆକ୍ଟିିିଭ କେସ ରହିଛି।