ରାଜ୍ୟରେ ଆଜି ୯୭୯୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୧୧/୫: ରାଜ୍ୟରେ ପୁଣିଥରେ  ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢିବାରେ ଲାଗିଛି। ଏହାରିମଧ୍ୟରେ ଆଜି ରାଜ୍ୟରେ ଦିନକରେ ଆଉ ୯୭୯୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ସଂଗରୋଧରୁ ୫୫୩୪ ଓ ସ୍ଥାନୀୟ ଅଞ୍ଚଳରୁ ୪୨୫୯ ରୋଗୀ ଚିହ୍ନଟ ହୋଇଛନ୍ତି। ଏହାସହ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୫,୫୪,୬୬୬କୁ ବୃଦ୍ଧି ପାଇଛି। ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ  ୪ ଲକ୍ଷ ୫୭ ହଜାର ୫୬୯ଜଣ ସୁସ୍ଥ ହୋଇଛନ୍ତି। କିନ୍ତୁ  ଏବେ ବି ୯୪,୮୨୯ ଜଣ ଚିକିତ୍ସାଧୀନ ଅଛନ୍ତି।