ରାଜ୍ୟରେ ଆଜି ୧୮ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ୱର, ୨୩।୧୦(ଦି ପ୍ରଗତି ନ୍ୟୁଜ): ରାଜ୍ୟରେ ପ୍ରତିଦିନ କରୋନା ଜନିତ ମୃତ୍ୟୁ ସଂଖ୍ୟା ବଢ଼ି ବଢ଼ି ଚାଲିଛି । ଆଜି ମଧ୍ୟ ୧୭୯୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୧୮ ଜଣଙ୍କର ମୃତ୍ୟୁ ଘଟିଛି । ମୃତ୍ୟୁ ହୋଇଥିବା ୧୮ଜଣଙ୍କ ମଧ୍ୟରୁ ମୟୁରଭଞ୍ଜରୁ ୩, ଅନୁଗୁଳରୁ୩, ଭୁବନେଶ୍ୱରରୁ ୨, ଗଜପତିରୁ ୩, ଯାଜପୁରରୁ୨, ଢ଼େଙ୍କାନାଳ, ଖୋର୍ଦ୍ଧା, ନବରଙ୍ଗପୁର,ପୁରୀ,ଭଦ୍ରକ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ଏହାସହ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୨୧୪କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।