ରାଜ୍ୟରେ ଆଜି ୧୦,୬୪୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୧୩/୫: ରାଜ୍ୟରେ ପୁଣିଥରେ  ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢିବାରେ ଲାଗିଛି। ଏହାରିମଧ୍ୟରେ ଆଜି ରାଜ୍ୟରେ ଦିନକରେ ଆଉ ୧୦,୬୪୯ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ସଂଗରୋଧରୁ ୫୯୬୫ ଓ ସ୍ଥାନୀୟ ଅଞ୍ଚଳରୁ ୪୬୮୪ ରୋଗୀ ଚିହ୍ନଟ ହୋଇଛନ୍ତି। ଏହାସହ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୫,୭୬,୨୯୭କୁ ବୃଦ୍ଧି ପାଇଛି। ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ  ୪ ଲକ୍ଷ ୭୩ ହଜାର ୬୮୦ଜଣ ସୁସ୍ଥ ହୋଇଛନ୍ତି। କିନ୍ତୁ  ଏବେ ବି ୧,୦୦,୩୧୩ ଜଣ ଚିକିତ୍ସାଧୀନ ଅଛନ୍ତି।