ଭୁବନେଶ୍ବରରୁ ଆଜି ଆଉ ୧୧୦୯ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, ୧୩/୫: ରାଜ୍ୟରେ ଏବେ ହୁ ହୁ ହୋଇ କରୋନା ସଂକ୍ରମଣ ବଢ଼ିବାରେ ଲାଗିଛି। ଆଜି ଓଡ଼ିଶାରେ ୧୦,୬୪୯ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ତନ୍ମଧ୍ୟରୁ ରାଜଧାନୀ ଭୁବନେଶ୍ୱରରୁ ୧୧୦୯ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ୧୧୦୯ ଆକ୍ରାନ୍ତଙ୍କ ମଧ୍ୟରୁ ସଂଗରୋଧରୁ ୧୭୪ ଓ ସ୍ଥାନୀୟ ଅଞ୍ଚଳରୁ ୯୩୫ରୋଗୀ ଚିହ୍ନଟ ହୋଇଛନ୍ତି।ସେହିପରି ଆଜି ୧୦୭୭ ଜଣ ଆକ୍ରାନ୍ତ ସୁସ୍ଥ ମଧ୍ୟ ହୋଇଛନ୍ତି। ଏହାସହ ଭୁବନେଶ୍ୱରରେ ଆକ୍ରାନ୍ତଙ୍କ ସଂଖ୍ୟା ୫୮,୧୭୫କୁ ବୃଦ୍ଧି ପାଇଛି। ୪୬,୬୫୮ଜଣ ସୁସ୍ଥ ହୋଇଥିବା ବେଳେ ୨୮୭ ଜଣଙ୍କର ମୃତ୍ୟୁ ଘଟିଛି ଓ ଏବେ ଭୁବନେଶ୍ୱର ରେ ୧୧୨୦୯ ଆକ୍ଟିିିଭ କେସ ରହିଛି।