କିପରି କଟିବ ଆଜି ଆପଣଙ୍କ ଦିନ: ୧୫/୦୫/୨୦୨୧

ମେଷ: ଶୁଭକାମ କରି ପ୍ରଶଂସିତ ହେବେ । ଗୃହାରମ୍ଭ, ଦୁରଯାତ୍ରା, ନୂତନ ବ୍ୟବସାୟ ଆରମ୍ଭ କରି ପାରିବେ । ସେବକ, ବାହନ ଓ ଭୌତିକ ଐଶ୍ଵର୍ଯ୍ୟ ସାଧନରେ ବୃଦ୍ଧି ହେବ । କୌଣସି ଶୁଭ ସମାଚାର ଶୁଣିବେ ଓ ହସଖୁସିରେ ସମୟ ବ୍ୟତୀତ ହେବ ।

ବୃଷ: ସାଙ୍ଗ ସାଥିମାନେ ସାହାଯ୍ୟ ସହଯୋଗ କରିବେ । ବନ୍ଧୁମିଳନ ଓ ସଂସ୍କୃତିକ ତଥା ସାମାଜିକ କାର୍ଯ୍ୟରେ ଭାଗନେବେ । ଗୁରୁଜନଙ୍କ ସହାନୁଭୁତି ଉପଲବ୍ଧ ହେବ । ବିଭିନ୍ନ ପ୍ରକାର ସମସ୍ୟା ମଧ୍ୟରେ ଗତି କରିବା ସାଙ୍ଗକୁ ପାରିବାରିକ ଦୁଶ୍ଚିନ୍ତାରେ ମାନସିକ ଅଶାନ୍ତି ଦେଖାଦେବ ।

ମିଥୁନ: ଗୃହାରମ୍ଭ, ଦୁରଯାତ୍ରା, ନୂତନ ବ୍ୟବସାୟ ଆରମ୍ଭ କରି ପାରିବେ । ଉଚିତ୍ ପନ୍ଥା ଗ୍ରହଣ କରି ପୂର୍ବରୁ ଆରମ୍ଭ ହୋଇଥିବା କାର୍ଯ୍ୟ ପୁରଣ କରିବା ପାଇଁ ଉଦ୍ୟମ କରିବେ । ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ ।

କର୍କଟ: କଳା, ସଙ୍ଗୀତ, ସାହିତ୍ୟ ପ୍ରତି ରୁଚି ବୃଦ୍ଧି ହେବ । ଜାଗା, ଜମି, ସମ୍ପତ୍ତି ଓ ଯାନବାହାନ ସମ୍ବନ୍ଧୀୟ କେତେ ସମସ୍ୟା ସମାଧାନ ହୋଇଯିବ । ଆତ୍ମବିଶ୍ଵାସ ବୃଦ୍ଧି ପାଇବ ।

ସିଂହ: ସମସ୍ତଙ୍କ ପ୍ରତି ସକରାତ୍ମକ ଚିନ୍ତା ଆଗକୁ ବଢିବାରେ ସାହାଯ୍ୟ କରିବ । ବ୍ୟବସାୟ କ୍ଷେତ୍ରରେ ଶତୃମାନେ ଦୂରେଇ ଯିବା ଫଳରେ ମାନସିକ ଶାନ୍ତି ମିଳିବା ସହ ପୁରୁଣାପ୍ରାପ୍ୟ ମଧ୍ୟ ଆଦାୟ ହୋଇ ପାରିବ ।

କନ୍ୟା: ଶିକ୍ଷାର୍ଥୀମାନଙ୍କ ପାଇଁ ଅଧ୍ୟୟନରେ ଆତ୍ମସନ୍ତୋଷ ମିଳିବ । ପାରିବାରିକ ତିକ୍ତତାର ସମସ୍ୟା ଦୂର ହେବ । ସ୍ୱାସ୍ଥ୍ୟ ହାନୀ ହେବା ସହ ସନ୍ତାନ ମାନଙ୍କ ଭବିଷ୍ୟତ ନେଇ ଚିନ୍ତିତ ରହିବେ । ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ ।

ତୁଳା: ସେବାକାରୀ ମାନଙ୍କ ସହଯୋଗରେ ଜନସେବାଦ୍ଵାରା ସମ୍ମାନଜନକ ସ୍ଥିତି ପରିଲକ୍ଷିତ ହେବ । ପରିବାର ମଧ୍ୟରେ ମୁଖ୍ୟତା ଲାଭକରି ବୁଦ୍ଧି ବିବେକ ଖେଳାଇ ପ୍ରତିକୂଳ ସ୍ରୋତକୁ ଅନୁକୂଳ ଦିଗରେ ମୁହାଁଇ ଦେବାକୁ ସାମର୍ଥ୍ୟ ଯୁଟିବ ।

ବିଚ୍ଛା: ସାମାଜିକ ସ୍ତରରେ ସମସ୍ତଙ୍କ ମେଳରେ ରହି ପ୍ରଶଂସିତ ହେବେ । ଯଥା ସମ୍ଭବ ପ୍ରକୃତିସ୍ଥ ରହି ଅଳ୍ପ ପରିଶ୍ରମରେ ଅଧିକ ଲାଭର ଉପଭୋକ୍ତା ହେବେ । ପ୍ରେମିକ-ପ୍ରେମିକାମାନେ ଗୁପ୍ତ ପ୍ରେମରେ ସଫଳ ହୋଇ ପାରନ୍ତି ।

ଧନୁ: ଶିକ୍ଷା ଓ ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟୀ ହେବେ । ଗୃହାରମ୍ଭ, ଦୁରଯାତ୍ରା, ନୂତନ ବ୍ୟବସାୟ ଆରମ୍ଭ କରି ପାରିବେ । ଅନେକ କ୍ଷେତ୍ରରେ ପୂର୍ବ ଯୋଜନା ସଫଳତା ଏବଂ ଲୋକସମ୍ପର୍କ ଆତ୍ମସନ୍ତୋଷ ବଢେଇବ ।

ମକର: ଗୃହାରମ୍ଭ, ଦୁରଯାତ୍ରା, ନୂତନ ବ୍ୟବସାୟ ଆରମ୍ଭ କରି ପାରିବେ । ଜମି ଜମା ସଙ୍କ୍ରାନ୍ତିୟ ପଟ୍ଟା, ଦସ୍ତାବେଜ ଏବଂ ଅନୁବନ୍ଧନ ଆଦିରେ ସଫଳତା ମିଳିବ । ବନ୍ଧୁ, ମିତ୍ର ଏବଂ ସହକର୍ମୀ ମାନଙ୍କ ଦ୍ଵାରା ଲାଭବାନ ହେବେ ।

କୁମ୍ଭ: ସନ୍ତାନଙ୍କ ସମ୍ବନ୍ଧିତ କୌଣସି ମହତ୍ଵପୂର୍ଣ୍ଣ କାମ ଆପଣଙ୍କ ଦ୍ଵାରା ହୋଇପାରେ । ବନ୍ଧୁ ମିତ୍ରଙ୍କର ସହଯୋଗ ଓ ଆର୍ଥିକ ସହାୟତାରେ ମାନସିକ ଶାନ୍ତି ମିଳିବ । ବ୍ୟବସାୟରେ ସାହାଯ୍ୟ ସହଯୋଗ ମିଳିବ ।

ମୀନ: ସାମାଜିକ ଅନୁଷ୍ଠାନରେ ଯୋଗ ଦେବାର ସୁଯୋଗ ମିଳିବ । ସାହିତ୍ୟ, କଳାରେ ଉଚ୍ଚ ପ୍ରଶଂସା ପାଇବେ । ରାଜନୀତି କ୍ଷେତ୍ରରେ ଶୁଭ ସମ୍ବାଦ ପାଇ ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ ଓ ସହନଶୀଳତା ଯୋଗେ ପ୍ରଶଂସା ମିଳିବ ।