ରାଜ୍ୟରେ ଆଜି ୧୧,୮୦୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୧୫/୫: ରାଜ୍ୟରେ ପୁଣିଥରେ  ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢିବାରେ ଲାଗିଛି। ଏହାରିମଧ୍ୟରେ ଆଜି ରାଜ୍ୟରେ ଦିନକରେ ଆଉ ୧୧,୮୦୫ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ସଂଗରୋଧରୁ ୬୬୧୧ ଓ ସ୍ଥାନୀୟ ଅଞ୍ଚଳରୁ ୫୧୯୪ ରୋଗୀ ଚିହ୍ନଟ ହୋଇଛନ୍ତି। ଏହାସହ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୬,୦୦,୪୯୨କୁ ବୃଦ୍ଧି ପାଇଛି। ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ  ୪ ଲକ୍ଷ ୯୧ ହଜାର ୬୭୪ଜଣ ସୁସ୍ଥ ହୋଇଛନ୍ତି। କିନ୍ତୁ  ଏବେ ବି ୧,୦୬,୪୭୧ ଜଣ ଚିକିତ୍ସାଧୀନ ଅଛନ୍ତି।