ଧୀରେ ଧୀରେ ସୁଧୁରୁଛି ରାଜଧାନୀ ସ୍ଥିତି, ଭୁବନେଶ୍ୱରରୁ ଆଜି ୧୮୯ କରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ୱର, ୨୩।୧୦(ଦି ପ୍ରଗତି ନ୍ୟୁଜ୍): ରାଜଧାନୀ ଭୁବନେଶ୍ୱରରୁ ଆଜି ୧୮୯ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୪୭ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳରୁ ୧୪୨ ଜଣ ଚିହ୍ନଟ ହୋଇଛନ୍ତି । ଏହାସହ ଆଜି ୨୬୭ କରୋନା ଆକ୍ରାନ୍ତ ସୁସ୍ଥ ମଧ୍ୟ ହୋଇଛନ୍ତି ।

ଭୁବନେଶ୍ୱରରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୮୨୯୯କୁ ବୃଦ୍ଧି ପାଇଥିବା ବେଳେ ୨୫୬୧୯ଜଣ ସୁସ୍ଥ ହୋଇଛନ୍ତି ଓ ୧୪୮ ଜଣଙ୍କର ମୃତ୍ୟୁ ହୋଇଛି । ଏବେ ବି ୨୫୧୧ ଜଣ କରୋନା ଆକ୍ରାନ୍ତ ବିଭିନ୍ନ ହସ୍ପିଟାଲରେ ଚିକିତ୍ସାଧୀନ ଅଛନ୍ତି ।