ରାଜ୍ୟରେ ଆଜି ୧୨,୫୨୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, ୨୧/୫: ରାଜ୍ୟରେ ପୁଣିଥରେ  ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢିବାରେ ଲାଗିଛି। ଏହାରିମଧ୍ୟରେ ଆଜି ରାଜ୍ୟରେ ଦିନକରେ ଆଉ ୧୨,୫୨୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ସଂଗରୋଧରୁ ୭୦୧୨ ଓ ସ୍ଥାନୀୟ ଅଞ୍ଚଳରୁ ୫୫୧୧ ରୋଗୀ ଚିହ୍ନଟ ହୋଇଛନ୍ତି। ଏହାସହ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୬,୬୮,୪୨୨ କୁ ବୃଦ୍ଧି ପାଇଛି। ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ  ୫ ଲକ୍ଷ ୫୬ ହଜାର ୫୦୧ଜଣ ସୁସ୍ଥ ହୋଇଛନ୍ତି। କିନ୍ତୁ  ଏବେ ବି ୧,୦୯,୪୩୮ ଜଣ ଚିକିତ୍ସାଧୀନ ଅଛନ୍ତି।