ଭୁବନେଶ୍ୱରରେ ଆଜି ଆଉ ୧୧୮୬ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, ୨୧/୫: ରାଜ୍ୟରେ ଏବେ ହୁ ହୁ ହୋଇ କରୋନା ସଂକ୍ରମଣ ବଢ଼ିବାରେ ଲାଗିଛି। ଆଜି ଓଡ଼ିଶାରେ ୧୨,୫୨୩ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ତନ୍ମଧ୍ୟରୁ ରାଜଧାନୀ ଭୁବନେଶ୍ୱରରୁ ୧୧୮୬ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ୧୧୮୬ ଆକ୍ରାନ୍ତଙ୍କ ମଧ୍ୟରୁ ସଂଗରୋଧରୁ ୧୪୨ ଓ ସ୍ଥାନୀୟ ଅଞ୍ଚଳରୁ ୧୦୪୪ରୋଗୀ ଚିହ୍ନଟ ହୋଇଛନ୍ତି।ସେହିପରି ଆଜି ୧୦୪୧ ଜଣ ଆକ୍ରାନ୍ତ ସୁସ୍ଥ ମଧ୍ୟ ହୋଇଛନ୍ତି। ଏହାସହ ଭୁବନେଶ୍ୱରରେ ଆକ୍ରାନ୍ତଙ୍କ ସଂଖ୍ୟା ୬୬,୮୮୦କୁ ବୃଦ୍ଧି ପାଇଛି। ୫୩,୮୮୦ ଜଣ ସୁସ୍ଥ ହୋଇଥିବା ବେଳେ ୩୦୭ ଜଣଙ୍କର ମୃତ୍ୟୁ ଘଟିଛି ଓ ଏବେ ଭୁବନେଶ୍ୱର ରେ ୧୨୬୭୨ ଆକ୍ଟିିିଭ କେସ ରହିଛି।