ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ

ଭୁବନେଶ୍ୱର, ୨୨/୫: ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଲଘୁଚାପ କ୍ଷେତ୍ର । ଲଘୁଚାପ ସୃଷ୍ଟି ନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି। ମେ ୨୪ରେ ବାତ୍ୟା ‘ୟଶ’ର ରୂପ ନେବ ଲଘୁଚାପ । ଅତି ଭୀଷଣ ସାମୁଦ୍ରିକ ଝଡ଼ର ରୂପ ନେଇ ଓଡ଼ିଶା ଉପକୂଳ ଅତିକ୍ରମ କରିବ । ମେ ୨୬ ସଂଧ୍ୟାରେ ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳ ଛୁଇଁବା ଆଶଙ୍କା ଥିବା ଜଣାପଡିଛି।