ସମ୍ଭାବ୍ୟ ବାତ୍ୟା ନେଇ ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା

ଭୁବନେଶ୍ୱର, ୨୨/୫: ସମ୍ଭାବ୍ୟ ବାତ୍ୟା ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମୀକ୍ଷା ବୈଠକ କରିଛନ୍ତି ।ବାତ୍ୟା ମୁକାବିଲା ପାଇଁ ପ୍ରସ୍ତୁତି ଉପରେ ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ ।ସେ ପ୍ରଭାବିତ ହେବାକୁ ଥିବା ଅଂଚଳର ଲୋକଙ୍କୁ ସ୍ଥାନାନ୍ତର ଉପରେ ଗୁରୁତ୍ୱ ଦେଇଛନ୍ତି।  ସେ କହିଛନ୍ତି ସବୁ ଜୀବନ ମୂଲ୍ୟବାନ ଓ ବାତ୍ୟା ମୁକାବିଲା ପାଇଁ ଓଡ଼ିଶା ପ୍ରସ୍ତୁତ । ଏହାସହ ଭୟଭୀତ ନ ହେବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି।

ସୂଚନା ଯୋଗ୍ୟ ଯେ ଆଜି ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଲଘୁଚାପ କ୍ଷେତ୍ର ।  ମେ ୨୪ରେ ବାତ୍ୟା ‘ୟଶ’ର ରୂପ ନେବ ଲଘୁଚାପ । ଅତି ଭୀଷଣ ସାମୁଦ୍ରିକ ଝଡ଼ର ରୂପ ନେଇ ଓଡ଼ିଶା ଉପକୂଳ ଅତିକ୍ରମ କରିବ । ମେ ୨୬ ସଂଧ୍ୟାରେ ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳ ଛୁଇଁବା ଆଶଙ୍କା ରହିିିଛି।