ଭୁବନେଶ୍ୱରରେ ଆଜି ଆଉ ୪୭୧ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, ୨୭/୫: ରାଜ୍ୟରେ ଏବେ ହୁ ହୁ ହୋଇ କରୋନା ସଂକ୍ରମଣ ବଢ଼ିବାରେ ଲାଗିଛି। ଆଜି ଓଡ଼ିଶାରେ ୬,୭୬୩ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ତନ୍ମଧ୍ୟରୁ ରାଜଧାନୀ ଭୁବନେଶ୍ୱରରୁ ୪୭୧ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ୪୭୧ ଆକ୍ରାନ୍ତଙ୍କ ମଧ୍ୟରୁ ସଂଗରୋଧରୁ ୧୧୮ ଓ ସ୍ଥାନୀୟ ଅଞ୍ଚଳରୁ ୩୫୩ ରୋଗୀ ଚିହ୍ନଟ ହୋଇଛନ୍ତି।ସେହିପରି ଆଜି ୧୦୬୨ ଜଣ ଆକ୍ରାନ୍ତ ସୁସ୍ଥ ମଧ୍ୟ ହୋଇଛନ୍ତି। ଏହାସହ ଭୁବନେଶ୍ୱରରେ ଆକ୍ରାନ୍ତଙ୍କ ସଂଖ୍ୟା ୭୨,୩୫୪କୁ ବୃଦ୍ଧି ପାଇଛି। ୫୯,୯୦୮ ଜଣ ସୁସ୍ଥ ହୋଇଥିବା ବେଳେ ୩୨୮ ଜଣଙ୍କର ମୃତ୍ୟୁ ଘଟିଛି ଓ ଏବେ ଭୁବନେଶ୍ୱର ରେ ୧୨୦୯୭ ଆକ୍ଟିିିଭ କେସ ରହିଛି।