ଭୁବନେଶ୍ୱରରେ ଆଜି ଆଉ ୮୭୧ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, ୨୯/୫: ରାଜ୍ୟରେ ଏବେ ହୁ ହୁ ହୋଇ କରୋନା ସଂକ୍ରମଣ ବଢ଼ିବାରେ ଲାଗିଛି। ଆଜି ଓଡ଼ିଶାରେ ୭୧୮୮ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ତନ୍ମଧ୍ୟରୁ ରାଜଧାନୀ ଭୁବନେଶ୍ୱରରୁ ୮୭୧ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ୮୭୧ ଆକ୍ରାନ୍ତଙ୍କ ମଧ୍ୟରୁ ସଂଗରୋଧରୁ ୧୮୨ ଓ ସ୍ଥାନୀୟ ଅଞ୍ଚଳରୁ ୬୮୯ ରୋଗୀ ଚିହ୍ନଟ ହୋଇଛନ୍ତି। ସେହିପରି ଆଜି ୧୦୭୩ ଜଣ ଆକ୍ରାନ୍ତ ସୁସ୍ଥ ମଧ୍ୟ ହୋଇଛନ୍ତି। ଏହାସହ ଭୁବନେଶ୍ୱରରେ ଆକ୍ରାନ୍ତଙ୍କ ସଂଖ୍ୟା ୭୩,୯୭୨କୁ ବୃଦ୍ଧି ପାଇଛି। ୬୧,୯୭୬ ଜଣ ସୁସ୍ଥ ହୋଇଥିବା ବେଳେ ୩୩୪ ଜଣଙ୍କର ମୃତ୍ୟୁ ଘଟିଛି ଓ ଏବେ ଭୁବନେଶ୍ୱର ରେ ୧୧,୬୪୧ ଆକ୍ଟିିିଭ କେସ ରହିଛି।