ରାଜ୍ୟରେ ଆଜି ୩୩ ଜଣ କରୋନାରେ ମୃତ୍ୟୁ

ଭୁବନେଶ୍ୱର, ୩୦/୫: ରାଜ୍ୟରେ ଏଣିକି ପୁଣିଥରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢିବା ସହ କରୋନା ଜନିତ ମୃତ୍ୟୁ ସଂଖ୍ୟା ମଧ୍ୟ ବଢୁଛି। ଆଜି ରାଜ୍ୟରେ ୩୩ ଜଣଙ୍କ ଜୀବନ ନେଇଛି କରୋନା । ଅନୁଗୁଳରୁ ସର୍ବାଧିକ ୫ ଜଣ , ବୌଦ୍ଧ, କଳାହାଣ୍ଡି, ନବରଙ୍ଗପୁର ଓ ସୁନ୍ଦରଗଡ଼ରୁ ୩ ଜଣ, କଟକ, ଦେବଗଡ଼, ଗଜପତି, କନ୍ଧମାଳ, କେନ୍ଦୁଝର ଓ ଖୋର୍ଦ୍ଧାରୁ ୨-୨ ମୃତ
ଗଞ୍ଜାମ, କୋରାପୁଟ, ମାଲକାନଗିରି, ରାୟଗଡ଼ାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।ଏହାସହ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୨୭୧୯ କୁ ବୃଦ୍ଧି ପାଇଛି ।