ରାଜ୍ୟରେ ଆଜି ୩୫ ଜଣ କରୋନାରେ ମୃତ୍ୟୁ

ଭୁବନେଶ୍ୱର, ୩୧/୫: ରାଜ୍ୟରେ ଏଣିକି ପୁଣିଥରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢିବା ସହ କରୋନା ଜନିତ ମୃତ୍ୟୁ ସଂଖ୍ୟା ମଧ୍ୟ ବଢୁଛି। ଆଜି ରାଜ୍ୟରେ ୩୫ ଜଣଙ୍କ ଜୀବନ ନେଇଛି କରୋନା । ଅନୁଗୁଳ ଜିଲ୍ଲାରୁ ସର୍ବାଧିକ ୫ କୋରୋନା ରୋଗୀଙ୍କ ମୃତ୍ୟୁ । କଟକ, କଳାହାଣ୍ଡି, କେନ୍ଦ୍ରାପଡ଼ା, ଖୋର୍ଦ୍ଧା, ନବରଙ୍ଗପୁର ଏବଂ ସମ୍ବଲପୁରରୁ ମଧ୍ୟ ୩ ଜଣ ଲେଖାଏଁ,ସୁନ୍ଦରଗଡ଼, ଗଜପତି, ଗଞ୍ଜାମ, ଦେବଗଡ଼, ଝାରସୁଗୁଡ଼ାରୁ ୨ ଜଣ ଲେଖାଏଁ , ନୂଆପଡ଼ା ଏବଂ ନୟାଗଡ଼ ଜିଲ୍ଲାରୁ ଜଣେ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।ଏହାସହ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୨୭୫୪ କୁ ବୃଦ୍ଧି ପାଇଛି ।