ଭୁବନେଶ୍ୱରରେ ଆଜି ଆଉ ୮୧୧ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, ୩୧/୫: ରାଜ୍ୟରେ ଏବେ ହୁ ହୁ ହୋଇ କରୋନା ସଂକ୍ରମଣ ବଢ଼ିବାରେ ଲାଗିଛି। ଆଜି ଓଡ଼ିଶାରେ ୮୩୧୩ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ତନ୍ମଧ୍ୟରୁ ରାଜଧାନୀ ଭୁବନେଶ୍ୱରରୁ ୮୧୧ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ୮୧୧ ଆକ୍ରାନ୍ତଙ୍କ ମଧ୍ୟରୁ ସଂଗରୋଧରୁ ୧୬୮ ଓ ସ୍ଥାନୀୟ ଅଞ୍ଚଳରୁ ୬୪୩ ରୋଗୀ ଚିହ୍ନଟ ହୋଇଛନ୍ତି। ସେହିପରି ଆଜି ୧୦୪୬ ଜଣ ଆକ୍ରାନ୍ତ ସୁସ୍ଥ ମଧ୍ୟ ହୋଇଛନ୍ତି। ଏହାସହ ଭୁବନେଶ୍ୱରରେ ଆକ୍ରାନ୍ତଙ୍କ ସଂଖ୍ୟା ୭୫,୭୮୪କୁ ବୃଦ୍ଧି ପାଇଛି। ୬୪,୧୭୫ ଜଣ ସୁସ୍ଥ ହୋଇଥିବା ବେଳେ ୩୩୮ ଜଣଙ୍କର ମୃତ୍ୟୁ ଘଟିଛି ଓ ଏବେ ଭୁବନେଶ୍ୱର ରେ ୧୧,୨୫୦ ଆକ୍ଟିିିଭ କେସ ରହିଛି।