ଆସନ୍ତା‌ ୧୦ରୁ ୧୪ ମଧ୍ୟରେ ରାଜ୍ୟରେ ପ୍ରବଳରୁ ଅତିପ୍ରବଳ ବର୍ଷା  ସମ୍ଭାବନା

ଭୁବନେଶ୍ୱର, ୪/୬:ଜୁନ୍‌ ୧୧ରେ ଉତ୍ତର ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବା ସମ୍ଭାବନା ରହିଛି। ଓଡ଼ିଶାକୁ ମୌସୁମୀ ପ୍ରବେଶ କରିବାରେ ସହାୟକ ହେବ ସୃଷ୍ଟି ହେବାକୁ ଥିବା ଏହି ଲଘୁଚାପ। ଲଘୁଚାପ ସୃଷ୍ଟି ହେବା ଫଳରେ  ଜୁନ୍‌ ୧୦ରୁ ୧୪ ମଧ୍ୟରେ ରାଜ୍ୟରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି। ଗତକାଲି କେରଳ ଛୁଇଁଥିଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ।