ରାଜ୍ୟରେ ଆଜି ୪୦ ଜଣ କରୋନାରେ ମୃତ୍ୟୁ

ଭୁବନେଶ୍ୱର, ୫/୬: ରାଜ୍ୟରେ ଏଣିକି ପୁଣିଥରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢିବା ସହ କରୋନା ଜନିତ ମୃତ୍ୟୁ ସଂଖ୍ୟା ମଧ୍ୟ ବଢୁଛି। ଆଜି ରାଜ୍ୟରେ ୪୦ ଜଣଙ୍କ ଜୀବନ ନେଇଛି କରୋନା ।  ଖୋର୍ଦ୍ଧା ଜିଲ୍ଲାରେ ସର୍ବାଧିକ ୬ଜଣ , କଟକ, ମୟୂରଭଞ୍ଜ ଓ ସୁନ୍ଦରଗଡ଼ରୁ ୪ ଜଣ  ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏହାସହ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୨୯୫୨ କୁ ବୃଦ୍ଧି ପାଇଛି ।