ଭୁବନେଶ୍ୱରରେ ଆଜି ଆଉ ୫୯୨ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, ୫/୬: ରାଜ୍ୟରେ ଏବେ ହୁ ହୁ ହୋଇ କରୋନା ସଂକ୍ରମଣ ବଢ଼ିବାରେ ଲାଗିଛି। ଆଜି ଓଡ଼ିଶାରେ ୭୩୯୫ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ତନ୍ମଧ୍ୟରୁ ରାଜଧାନୀ ଭୁବନେଶ୍ୱରରୁ ୫୯୨ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ୫୯୨ ଆକ୍ରାନ୍ତଙ୍କ ମଧ୍ୟରୁ ସଂଗରୋଧରୁ ୧୧୦ ଓ ସ୍ଥାନୀୟ ଅଞ୍ଚଳରୁ ୪୮୨ ରୋଗୀ ଚିହ୍ନଟ ହୋଇଛନ୍ତି। ସେହିପରି ଆଜି ୧୨୫୫ ଜଣ ଆକ୍ରାନ୍ତ ସୁସ୍ଥ ମଧ୍ୟ ହୋଇଛନ୍ତି। ଏହାସହ ଭୁବନେଶ୍ୱରରେ ଆକ୍ରାନ୍ତଙ୍କ ସଂଖ୍ୟା ୭୯,୯୧୯କୁ ବୃଦ୍ଧି ପାଇଛି। ୭୦,୦୮୨ ଜଣ ସୁସ୍ଥ ହୋଇଥିବା ବେଳେ ୩୫୧ ଜଣଙ୍କର ମୃତ୍ୟୁ ଘଟିଛି ଓ ଏବେ ଭୁବନେଶ୍ୱର ରେ ୯୪୬୫ ଆକ୍ଟିିିଭ କେସ ରହିଛି।