ଭୁବନେଶ୍ୱରରେ ଆଜି ଆଉ ୫୬୮ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, ୧୦/୬: ରାଜ୍ୟରେ ଏବେ ହୁ ହୁ ହୋଇ କରୋନା ସଂକ୍ରମଣ ବଢ଼ିବାରେ ଲାଗିଛି। ଆଜି ଓଡ଼ିଶାରେ ୬୦୯୭ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ତନ୍ମଧ୍ୟରୁ ରାଜଧାନୀ ଭୁବନେଶ୍ୱରରୁ ୫୬୮ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ୫୬୮ ଆକ୍ରାନ୍ତଙ୍କ ମଧ୍ୟରୁ ସଂଗରୋଧରୁ ୧୦୦ ଓ ସ୍ଥାନୀୟ ଅଞ୍ଚଳରୁ ୪୪୭ ରୋଗୀ ଚିହ୍ନଟ ହୋଇଛନ୍ତି। ସେହିପରି ଆଜି ୧୧୩୫ ଜଣ ଆକ୍ରାନ୍ତ ସୁସ୍ଥ ମଧ୍ୟ ହୋଇଛନ୍ତି। ଏହାସହ ଭୁବନେଶ୍ୱରରେ ଆକ୍ରାନ୍ତଙ୍କ ସଂଖ୍ୟା ୮୨,୬୮୫କୁ ବୃଦ୍ଧି ପାଇଛି। ୭୬,୨୩୮ ଜଣ ସୁସ୍ଥ ହୋଇଥିବା ବେଳେ ୩୬୯ ଜଣଙ୍କର ମୃତ୍ୟୁ ଘଟିଛି ଓ ଏବେ ଭୁବନେଶ୍ୱର ରେ ୬୦୫୭ ଆକ୍ଟିିିଭ କେସ ରହିଛି।