ରାଜ୍ୟରେ ଆଜି ୪୫ ଜଣ କରୋନାରେ ମୃତ୍ୟୁ

ଭୁବନେଶ୍ୱର, ୧୩/୬: ରାଜ୍ୟରେ ଏଣିକି ପୁଣିଥରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢିବା ସହ କରୋନା ଜନିତ ମୃତ୍ୟୁ ସଂଖ୍ୟା ମଧ୍ୟ ବଢୁଛି। ଆଜି ରାଜ୍ୟରେ ୪୫ ଜଣଙ୍କ ଜୀବନ ନେଇଛି କରୋନା । ଖୋର୍ଦ୍ଧା ଜିଲ୍ଲାରେ ସର୍ବାଧିକ ୬ ଜଣ, କଟକରେ ୪, ଅନୁଗୁଳ, ଭଦ୍ରକ, ଢେଙ୍କାନାଳ, ଜଗତସିଂହପୁର, ପୁରୀ ଓ ସୁନ୍ଦରଗଡ଼ରେ ବି ୩ ଜଣ ଲେଖାଏଁ , ବାଲେଶ୍ବର, ବରଗଡ଼, ଯାଜପୁର, କେନ୍ଦ୍ରାପଡ଼ାରେ ୨ ଜଣ ଲେଖାଏଁ , କେନ୍ଦୁଝର ଓ ମୟୂରଭଞ୍ଜରେ ବି ୨-୨  ଆକ୍ରାନ୍ତ ,  ଗଜପତି, ଝାରସୁଗୁଡ଼ା, କଳାହାଣ୍ଡି, ନୟାଗଡ଼ ଓ ନୂଆପଡ଼ାରେ ଜଣେ ଲେଖାଏଁ
ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।ଏହାସହ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୩୩୦୨ କୁ ବୃଦ୍ଧି ପାଇଛି ।