ବଡ ଖବର: ଜୁନ ମାସ ଶେଷ ସୁଦ୍ଧା ପ୍ରକାଶ ପାଇବ ମାଟ୍ରିକ ରେଜଲ୍ଟ

ଭୁବନେଶ୍ୱର, ୧୩/୬: ରାଜ୍ୟରେ କରୋନା ସଂକ୍ରମଣ ବୃଦ୍ଧି ପାଇବାରୁ ସବୁ କଲେଜ ଓ ସ୍କୁଲ ବନ୍ଦ ରଖାଯାଇଛି। ଏହାସହ ପ୍ରାୟ ସମସ୍ତ ପରୀକ୍ଷାକୁ ବାତିଲ କରାଯାଇଛି। କିନ୍ତୁ ଏହାରି ମଧ୍ୟରେ ଜୁନ ମାସ ଶେଷ ସପ୍ତାହ ସୁଦ୍ଧା ମାଟ୍ରିକ ଫଳା ଫଳ ପ୍ରକାଶ ପାଇବା ନେଇ ସୂଚନା ମିଳିଛି। ଏନେଇ ସୂଚନା ଦେଇଛନ୍ତି ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ।  ଏହାସହ ସେ କହିଛନ୍ତି ଯେ ମାଟ୍ରିକ ମୂଲ୍ୟାୟନ କାର୍ଯ୍ୟ ସଠିକ୍ ଭାବେ କରାଯାଉଛି। ନିର୍ଦ୍ଧାରିତ ସମୟରେ ରେଜଲ୍ଟ ପ୍ରକାଶ ପାଇଁ ଚେଷ୍ଟା କରାଯାଉଛି ବୋଲି ସେ କହିଛନ୍ତି।