ଶେଷ ରଜ ଦିନ କଣ ରହିଛି ବିଧି, ଆସନ୍ତୁ ଜାଣିବା

ରଜ ଓଡ଼ିଶାର ଏକ ପାରମ୍ପାରିକ ପର୍ବ ଓ ରାଜ୍ୟର ଗଣପର୍ବ । ଏହା ତିନିଦିନ ଧରି ପାଳନ କରାଯାଇଥାଏ । ଏହାର ଦ୍ୱିତୀୟ ଦିନ ପରେ ବର୍ଷା ଋତୁ ଆରମ୍ଭ ହୁଏ । ରଜ ସଂକ୍ରାନ୍ତିର ପୂର୍ବଦିନ ପହିଲି ରଜ, ଦ୍ୱିତୀୟ ଦିବସ ହେଉଛି ରଜ ସଂକ୍ରାନ୍ତି, ତୃତୀୟ ଦିବସ ହେଉଛି ଭୂମିଦାହ ବା ଭୂମି ଦହନ, ଚତୁର୍ଥ ତଥା ଅନ୍ତିମ ଦିବସ ହେଉଛି ବସୁମତୀ ସ୍ନାନ ହୋଇଥାଏ।

ରଜ ଶବ୍ଦର ଆକ୍ଷରିକ ଅର୍ଥ ରଜବତୀ ହେବା, ଯାହା ପୃଥିବୀକୁ ମାତା ଭାବରେ ବିବେଚନା କରି ବର୍ଷାର ଆଗମନରେ ସେ ରଜସ୍ୱଳା ହେବାର ଓ ନୂଆ ଶସ୍ୟ ଜନ୍ମ ହେବାର ସାଙ୍କେତିକ ଭାବ ବହନ କରିଥାଏ । ଏହି ଦିନରେ ଚାଷୀମାନେ ବସୁମତୀ ତଥା ହଳଲଙ୍ଗଳ ପୂଜନ କରିବା ସହ ଚାଷ କାମରୁ ତିନି ଦିନ ପାଇଁ ବିରତି ନେଇଥାନ୍ତି ।

ସେହିପରି ଅନ୍ୟପଟେ ରଜରେ ଝିଅମାନେ ଶାଢ଼ୀ ଆଦି ପିନ୍ଧି ରଜ ଦୋଳି ଖେଳିବା ସହ ବିଭିନ୍ନ ଖେଳ ଆଦିରେ ସମୟ ଅତିବାହିତ କରିଥାନ୍ତି ।  ଏହି ଦିନରେ ପୋଡ଼ ପିଠା, ଚକୁଳି ପିଠା ଆଦି ପିଠା ବନାଯାଇଥାଏ।

ଆଜି ରଜର ଶେଷ ଦିନ। ଏହି ଦିନ ଧରିତ୍ରୀ ମାଆକୁ ସମ୍ମାନ ଦେଇ କେହି ଭୂଇଁ ଉପରେ ଖାଲି ପାଦରେ ଚାଲିନଥାନ୍ତି । ଆଜିର ଦିନରେ ପତ୍ର/ଖୋଳପାରେ ତିଆରି କଠଉରେ ଭୂଇଁ ଉପରେ ଚାଲିବାର ବିଧି ରହିଛି ।

ପରମ୍ପରା ଅନୁସାରେ ଏହି ଦିନ ଭୂମି ଉପରେ ଖାଲିପାଦରେ ଚାଲିବାକୁ ମନା କରାଯାଇଥାଏ । କୁମାରୀମାନେ ଖାଲି ପାଦରେ ଚାଲନ୍ତି ନାହିଁ। କାରଣ ଭୂମୀମାତାଙ୍କୁ କଷ୍ଟ ହୋଇଥାଏ। ଆଜି ମଧ୍ୟ କୌଣସି ଭୂମି କାର୍ଯ୍ୟ କରାଯାଇନଥାଏ। ସେହିପରି ଆସନ୍ତାକାଲି ବସୁମତୀ ସ୍ନାନ ହେବ। ଏହା ହେଉଛି ରଜ ପର୍ବର ଅନ୍ତିମ ଦିବସ । ଏହା ବସୁଧାମାତାଙ୍କ ଶୁଦ୍ଧ ସ୍ନାନ ହୋଇଥାଏ।