ବିଭିନ୍ନ ପ୍ରକଳ୍ପର ଶିଳନ୍ୟାସ ଓ ଭିତ୍ତିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୧୮/୬: ରାଜ୍ୟରେ ଏବେ କରୋନାର ଦ୍ଵତୀୟ ଲହର ଆତଙ୍କ ଖେଳେଇଛି। ଏହାରିମଧ୍ୟରେ ଭିସି ଜରିଆରେ ବିଭିନ୍ନ ପ୍ରକଳ୍ପର ଶିଳନ୍ୟାସ ଓ ଭିତ୍ତିପ୍ରସ୍ତର ସ୍ଥାପନ କରିିିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମୁଖ୍ୟମନ୍ତ୍ରୀଙ୍କ ଦ୍ବାରା ୮ଟି ଜିଲ୍ଲାରେ ବିଭିନ୍ନ ସ୍ବାସ୍ଥ୍ୟ ଭିତ୍ତିଭୂମି ଓ ଅକ୍ସିଜେନ ପ୍ଲାଣ୍ଟର ଉଦଘାଟନ ହୋଇଛି। ଏହାସହ ତୃତୀୟ ଲହରର ମୁକାବିଲା ପାଇଁ ପ୍ରସ୍ତୁତ ରହିବାକୁ ସେ କହିଛନ୍ତି ।  ମୟୂରଭଞ୍ଜ PRM ହସ୍ପିଟାଲରେ ଅକ୍ସିଜେନ ପ୍ଲାଣ୍ଟର ଶିଳାନ୍ୟାସ ହୋଇଛି । ନୟାଗଡ ସଦର ହସ୍ପିଟାଲ ଓ ଭଦ୍ରକ ମେଡିକାଲରେ ୬ ଶଯ୍ୟା ବିଶିଷ୍ଟ ICU ଗୃହର ଭିତ୍ତିପ୍ରସ୍ତର ସ୍ଥାପନ କରାଯାଇଥିବା ସୂଚନା ମିଳିଛି।