ରାଜ୍ୟରେ ଆଜି ୪୩ ଜଣ କରୋନାରେ ମୃତ୍ୟୁ

ଭୁବନେଶ୍ୱର, ୨୧/୬: ରାଜ୍ୟରେ ଏଣିକି ପୁଣିଥରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢିବା ସହ କରୋନା ଜନିତ ମୃତ୍ୟୁ ସଂଖ୍ୟା ମଧ୍ୟ ବଢୁଛି। ଆଜି ରାଜ୍ୟରେ ୪୩ ଜଣଙ୍କ ଜୀବନ ନେଇଛି କରୋନା ।ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୭ ଜଣ , ବରଗଡ଼ ଓ କଟକରୁ ୫ ଜଣ ଲେଖାଏଁ , ପୁରୀ ଓ ଝାରସୁଗୁଡ଼ାରୁ ୪ ଜଣ ଲେଖାଏଁ , କୋରାପୁଟ ଓ ଗଞ୍ଜାମ ଜିଲ୍ଲାରୁ ୩ ଜଣ , ସୁନ୍ଦରଗଡ଼, ସମ୍ବଲପୁର, ବଲାଙ୍ଗିର ଓ ବୌଦ୍ଧରୁ ୨ ଜଣ , କଳାହାଣ୍ଡି, କନ୍ଧମାଳ, କେନ୍ଦ୍ରାପଡ଼ା,ରାୟଗଡ଼ାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏହାସହ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୩୬୩୩ କୁ ବୃଦ୍ଧି ପାଇଛି ।