ରାଜ୍ୟରେ ଆଜି ୩୮ ଜଣ କରୋନାରେ ମୃତ୍ୟୁ

ଭୁବନେଶ୍ୱର, ୨୨/୬: ରାଜ୍ୟରେ ଏଣିକି ପୁଣିଥରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢିବା ସହ କରୋନା ଜନିତ ମୃତ୍ୟୁ ସଂଖ୍ୟା ମଧ୍ୟ ବଢୁଛି। ଆଜି ରାଜ୍ୟରେ ୩୮ ଜଣଙ୍କ ଜୀବନ ନେଇଛି କରୋନା । ଖୋର୍ଦ୍ଧାରୁ ୬, କଟକ ଓ ବରଗଡ଼ରୁ ୫ ଲେଖାଏଁ, ମୟୂରଭଞ୍ଜ ଓ ପୁରୀରୁ ୪ ଲେଖାଏଁ, ସମ୍ବଲପୁରରୁ ୩ ଜଣ , ଜଗତସିଂହପୁର ଓ ଝାରସୁଗୁଡ଼ାରୁ ୨ ଜଣ,
ଅନୁଗୁଳ, ଦେବଗଡ଼, ଢେଙ୍କାନାଳ, ଗଞ୍ଜାମ କେନ୍ଦୁଝର, କୋରାପୁଟ ଓ ସୁନ୍ଦରଗଡ଼ରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି।ଏହାସହ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୩୬୭୧ କୁ ବୃଦ୍ଧି ପାଇଛି ।