ରାଜ୍ୟର ଏହି ସବୁ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା!

ଭୁବନେଶ୍ୱର, ୨୩/୬:ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ଜାରି ରହିଛି। ଏହାରି ମଧ୍ୟରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଥିବା ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି । ଏହି ଜିଲ୍ଲାଗୁଡ଼ିକ ମଧ୍ୟରେ ଗଞ୍ଜାମ, ପୁରୀ, ଖୋର୍ଧା, ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ବର, କଟକ, ସୁନ୍ଦରଗଡ଼, ଜଗତସିଂହପୁର, ସମ୍ବଲପୁର, ବରଗଡ଼, ମାଲକାନଗିରି ଓ କୋରାପୁଟ ଆଦି ରହିଛି। ଏହି ଜିଲ୍ଲାଗୁଡ଼ିକୁ ପ୍ରବଳ ବର୍ଷା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏହାସହ ବଜ୍ରପାତ ହେବା ମଧ୍ୟ ଆଶଙ୍କା ରହିଛି।