ରାଜ୍ୟରେ ଆଜି ୪୪ ଜଣ କରୋନାରେ ମୃତ୍ୟୁ

ଭୁବନେଶ୍ୱର, ୨୪/୬: ରାଜ୍ୟରେ ଏଣିକି ପୁଣିଥରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢିବା ସହ କରୋନା ଜନିତ ମୃତ୍ୟୁ ସଂଖ୍ୟା ମଧ୍ୟ ବଢୁଛି। ଆଜି ରାଜ୍ୟରେ ୪୪ ଜଣଙ୍କ ଜୀବନ ନେଇଛି କରୋନା । ଖୋର୍ଦ୍ଧା ଜିଲ୍ଲାରୁ  ସର୍ବାଧିକ ୯ ଜଣଙ୍କ ମୃତ୍ୟୁ, ବରଗଡ଼ ଓ କଟକରୁ ୫ ଲେଖାଏଁ, ଅନୁଗୁଳ ଓ ପୁରୀରୁ ୪-୪ ମୃତ, ଗଞ୍ଜାମ, କେନ୍ଦ୍ରାପଡ଼ା ଓ ସୁନ୍ଦରଗଡ଼ରୁ ୩ ଜଣ ଲେଖାଏଁ , ନୟାଗଡ଼ ଓ ସମ୍ବଲପୁର ଜିଲ୍ଲାରୁ ୨ ଜଣ ଲେଖାଏଁ , ଭଦ୍ରକ, ବୌଦ୍ଧ, ଢେଙ୍କାନାଳ ଓ ମାଲକାନଗିରିରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏହାସହ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୩୭୬୧ କୁ ବୃଦ୍ଧି ପାଇଛି ।