ମାର୍କ କମ୍ ଥିଲେ ଅଫଲାଇନରେ ପରୀକ୍ଷା ଦେଇପାରିବେ ଛାତ୍ରଛାତ୍ରୀ

ଭୁବନେଶ୍ୱର, ୨୯/୬: ମାଟ୍ରିକ୍ ଫଳାଫଳକୁ ନେଇ ଛାତ୍ରଛାତ୍ରୀଙ୍କ ଅସନ୍ତୋଷ ପ୍ରସଙ୍ଗକୁ ନେଇ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ଆଜି ଏକ ସାମ୍ବାଦିକ ସମ୍ମିଳନୀ ହୋଇଥିଲା। ମାର୍କ କମ୍ ଥିଲେ ଅଫଲାଇନରେ ପରୀକ୍ଷା ଦେଇପାରିବେ ଛାତ୍ରଛାତ୍ରୀ। ଅଫଲାଇନ ପରୀକ୍ଷା ପାଇଁ ବ୍ୟବସ୍ଥା ଗ୍ରହଣ କରାଯାଇଛି । ଜୁଲାଇ ୫ରୁ ଫର୍ମ ଫିଲଅପ୍ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇବ । ଯେଉଁମାନେ ଅଫଲାଇନ୍ ପରୀକ୍ଷା ଦେବେ ସେହି ମାର୍କ ଫାଇନାଲ ହେବ ବୋଲି ବୋର୍ଡ କହିଛି।

ମାଟ୍ରିକ ରେଜଲ୍ଟକୁ ନେଇ ବହୁ ଶିକ୍ଷାବିତ୍ ଓ ଜିଲ୍ଲାର ଡିଇଓଙ୍କ ସହ ଆଲୋଚନା କରାଯାଇଥିଲା। ସ୍ୱତନ୍ତ୍ର କୋର କମିଟି ଗଠନ କରି ମୂଲ୍ୟାୟନର ତର୍ଜମା ହୋଇଛି । ୪ ବର୍ଷର ପ୍ରଦର୍ଶନକୁ ବିଚାର କରି ମୂଲ୍ୟାୟନ ହୋଇଛି ।