ଦୀପାବଳି ପରେ ରାଜ୍ୟରେ ଖୋଲିପାରେ ସ୍କୁଲ

ଭୁବନେଶ୍ୱର, ୩୦/୧୦(ଦି ପ୍ରଗତି ନ୍ୟୁଜ୍): ରାଜ୍ୟରେ କରୋନା ସଂକ୍ରମଣ ଯୋଗୁଁ ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ ରଖାଯାଇଥିଲା। କିନ୍ତୁ ଏହାରି ମଧ୍ୟରେ ଦୀପାବଳି ପରେ ରାଜ୍ୟରେ ସ୍କୁଲ ଖୋଲିପାରେ ବୋଲି ସୂଚନା ମିଳିଛି। ସ୍କୁଲ ଖୋଲିବା ନେଇ ଯୋଜନା କରୁଛନ୍ତି ରାଜ୍ୟ ସରକାର।ଅଭିଭାବକ, ସ୍କୁଲ କର୍ତ୍ତୃପକ୍ଷ ଓ ଶିକ୍ଷାବିତଙ୍କୁ ନେଇ ପ୍ରସ୍ତୁତ କରାଯାଉଛି ବ୍ଲୁ ପ୍ରିଣ୍ଟ ।ଖୁବଶୀଘ୍ର ରାଜ୍ୟ ସରକାରଙ୍କ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇପାରେ ବୋଲି ଏକ ବିଶେଷ ସୂତ୍ରରୁ ସୂଚନା ମିିଳିଛି। ଅନ୍ୟପଟେ ପୂର୍ବରୁ ଜିଲ୍ଲା ଶିକ୍ଷାଧିକାରୀଙ୍କୁ ସ୍କୁଲ ସଫା କରିବାକୁ ନିର୍ଦ୍ଦେଶ ଦେଇଥିଲା ଗଣଶିକ୍ଷା ବିଭାଗ ।