ରାଜ୍ୟରେ ଆଜି ୧୪୭୦ ଜଣ କରୋନା ପଜିଟିଭ ଚିହ୍ନଟ, ୧୨ ମୃତ

ଭୁବନେଶ୍ୱର, ୩୧/୧୦ (ଦି ପ୍ରଗତି ନ୍ୟୁଜ): ବର୍ତ୍ତମାନ କ୍ରମାଗତ ଭାବେ କିଛି ଦିନ ହେବ ରାଜ୍ୟରେ ସଂକ୍ରମଣ ସଂଖ୍ୟା କମି କମି ଚାଲିଛି । ସେହିପରି ଆଜି ମଧ୍ୟ ୩୦ ଜିଲ୍ଲାରୁ ୧୪୭୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ୧୪୭୦ ଜଣ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ୮୫୩ ଜଣ ସଙ୍ଗରୋଧ କେନ୍ଦ୍ରରୁ ଓ ୬୧୭ ଜଣ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି । ଏହାସହ ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୯୦୧୧୬କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।

ଆଜି ଚିହ୍ନଟ ହୋଇଥିବା ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ଅନୁଗୁଳରୁ ୭୬, ବାଲେଶ୍ୱରରୁ ୫୬, ବରଗଡ଼ରୁ ୬୧, ଭଦ୍ରକରୁ ୧୯, ବଲାଙ୍ଗୀରରୁ ୬୩, ବୌଦ୍ଧରୁ ୧୭, କଟକରୁ ୧୨୬, ଦେଓଗଡ଼ରୁ ୫, ଢ଼େଙ୍କାନାଳରୁ ୧୭, ଗଜପତି ରୁ ୮, ଗଞ୍ଜାମରୁ ୨୨ , ଜଗତସିଂହପୁରରୁ ୭୬, ଯାଜପୁରରୁ ୪୨, ଝାରସୁଗୁଡ଼ାରୁ ୩୯, କଳାହାଣ୍ଡିରୁ ୩୧, କନ୍ଧମାଳରୁ ୧୧, କେନ୍ଦ୍ରାପଡ଼ାରୁ ୭୫, କେନ୍ଦ୍ୁଝରରୁ ୫୧, ଖୋର୍ଦ୍ଧାରୁ ୧୭୦, କୋରାପୁଟରୁ ୨୪, ମାଲକାନଗିରିରୁ ୨୫, ମୟୁରଭଞ୍ଜରୁ ୫୦, ନବରଙ୍ଗପୁରରୁ ୩୪, ନୟାଗଡ଼ରୁ ୩୧, ନୂଆପଡ଼ାରୁ ୬୧, ପୁରୀରୁ ୬୪, ରାୟଗଡ଼ରୁ ୧୩, ସମ୍ବଲପୁରରୁ ୩୪, ସୋନପୁରରୁ ୨୭, ସୁନ୍ଦରଗଡ଼ରୁ ୧୧୨ ଜଣ ଚିହ୍ନଟ ହୋଇଛନ୍ତି ।

ଅନ୍ୟପଟେ ରାଜ୍ୟରେ ପ୍ରତିଦିନ କରୋନା ଜନିତ ମୃତ୍ୟୁ ସଂଖ୍ୟା ବଢ଼ି ବଢ଼ି ଚାଲିଛି । ଆଜି ମଧ୍ୟ ୧୪୭୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୧୨ ଜଣଙ୍କର ମୃତ୍ୟୁ ଘଟିଛି ।  ଏହାସହ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୨୮୪କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।