ରାଜ୍ୟରେ ଆଜି ୬୫ ଜଣ କରୋନାରେ ମୃତ୍ୟୁ

ଭୁବନେଶ୍ୱର, ୧୪/୭: ରାଜ୍ୟରେ ଏଣିକି ପୁଣିଥରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢିବା ସହ କରୋନା ଜନିତ ମୃତ୍ୟୁ ସଂଖ୍ୟା ମଧ୍ୟ ବଢୁଛି। ଆଜି ରାଜ୍ୟରେ ୬୫  ଜଣଙ୍କ ଜୀବନ ନେଇଛି କରୋନା । ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୦ କରୋନା ରୋଗୀଙ୍କ ମୃତ୍ୟୁ , ବରଗଡ଼ରୁ ୧୦, ସୁନ୍ଦରଗଡ଼ ୭, ପୁରୀରୁ ୬ , ନବରଙ୍ଗପୁର ୪, ଗଜପତି ୩, ବାଲେଶ୍ବରୁ ୨, ଗଞ୍ଜାମରୁ ୨, ଝାରସୁଗୁଡ଼ା, କନ୍ଧମାଳ, ମୟୂରଭଞ୍ଜରୁ ୨ ଜଣ, କଳାହାଣ୍ଡି, ଜଗତସିଂହପୁର, ଭଦ୍ରକ, ଢେଙ୍କାନାଳ ଓ ଅନୁଗୁଳରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏହାସହ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୪୭୯୫ କୁ ବୃଦ୍ଧି ପାଇଛି ।