ଦେଶରେ ୨୪ ଘଣ୍ଟାରେ ୪୧,୮୦୬ ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ, ୧୫/୭: ଦେଶରେ ଧିରେ ଧିରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା  ପୁଣିଥରେ ବଢ଼ିବାରେ ଲାଗିଛି। ଗତ ୨୪ଘଣ୍ଟାରେ ୪୧,୮୦୬ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ  ୫୮୧ଜଣଙ୍କର ମୃତ୍ୟୁ ଘଟିଛି । ଏହାସହ ଦେଶରେ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩ କୋଟି ୦୯ ଲକ୍ଷ ୮୭ ହଜାର ୮୮୦କୁ ବୃଦ୍ଧି ପାଇଛି ଓ କରୋନା ଜନିତ ମୃତ୍ୟୁସଂଖ୍ୟା ୪,୧୧,୯୮୯ ରେ ପହଞ୍ଚିଛି । ଏବେ ସୁଦ୍ଧା ୩,୦୧,୪୩,୮୫୦ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। କିନ୍ତୁ ଏବେ ବି ବିଭିନ୍ନ ହସ୍ପିଟାଲରେ ୪,୩୨,୦୪୧ ଜଣ କରୋନା ରୋଗୀ ଚିକିତ୍ସାଧୀନ ରହିଛନ୍ତି । ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ମିଳିଛି ।