ନିର୍ମାଣ ଶ୍ରମିକଙ୍କୁ ମୁଖ୍ୟମନ୍ତ୍ରୀଙ୍କ କୋଭିଡ ସହାୟତା, ଜାଣନ୍ତୁ କେତେ

ଭୁବନେଶ୍ୱର, ୧୫/୭: ନିର୍ମାଣ ଶ୍ରମିକଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କୋଭିଡ ସହାୟତା ଦେବା ନେଇ ଘୋଷଣା କରିଛନ୍ତି। ୨୬ ଲକ୍ଷ ଶ୍ରମିକ ୩୮୫ କୋଟି ଟଙ୍କା ଦିଆଯାଇଛି। ପ୍ରତି ପଞ୍ଜୀକୃତ ନିର୍ମାଣ ଶ୍ରମିକଙ୍କୁ ୧୫୦୦ ଟଙ୍କା ଲେଖାଏଁ ସହାୟତା ପ୍ରଦାନ କରାଯିବ। ଉଲ୍ଲେଖ ଯୋଗ୍ୟ ଯେ ଗତବର୍ଷ ମଧ୍ୟ ଶ୍ରମିକଙ୍କୁ ୧୫୦୦ ଟଙ୍କା ଲେଖାଏଁ ଦିଆଯାଇଥିଲା।

ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ପ୍ରତ୍ୟେକ ନିର୍ମାଣ ଶ୍ରମିକ ହେଉଛନ୍ତି ଜଣେ ଜଣେ ବିଶ୍ବକର୍ମା। ଗରିବଙ୍କୁ ତାଙ୍କ ଅଧିକାରରୁ କେହି ବଞ୍ଚିତ କରିପାରିବେ ନାହିଁ। ସମସ୍ତଙ୍କର ସମ୍ମାନର ସହ ବଞ୍ଚିବାର ଅଧିକାର ରହିଛି। ଶ୍ରମିକଙ୍କ କଲ୍ୟାଣ ବିନା ଅର୍ଥନୀତି କେବେ ବି ସମୃଦ୍ଧ ହୋଇପାରିବନି ବୋଲି ସେ କହଛନ୍ତି।