ରାଜ୍ୟରେ ଆଜି ୬୪ ଜଣ କରୋନାରେ ମୃତ୍ୟୁ

ଭୁବନେଶ୍ୱର, ୧୬/୭: ରାଜ୍ୟରେ ଏଣିକି ପୁଣିଥରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢିବା ସହ କରୋନା ଜନିତ ମୃତ୍ୟୁ ସଂଖ୍ୟା ମଧ୍ୟ ବଢୁଛି। ଆଜି ରାଜ୍ୟରେ ୬୪  ଜଣଙ୍କ ଜୀବନ ନେଇଛି କରୋନା । ଖୋର୍ଦ୍ଧାରୁ ସର୍ବାଧିକ ୨୨, ବରଗଡ଼ରୁ ୧୦, ବାଲେଶ୍ବରରୁ ୮, ସୁନ୍ଦରଗଡ଼ରୁ ୭, ଗଞ୍ଜାମରୁ ୬, କନ୍ଧମାଳ ଓ ସମ୍ବଲପୁରରେ ୨, ବୌଦ୍ଧ, କଳାହାଣ୍ଡି, କେନ୍ଦ୍ରାପଡ଼ା, ମୟୂରଭଞ୍ଜ, ନୂଆପଡ଼ା, ପୁରୀ ଓ ରାୟଗଡ଼ା ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିିିଛି। ଏହାସହ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୪୯୨୫ କୁ ବୃଦ୍ଧି ପାଇଛି ।