ରାଜ୍ୟରେ ଆଜି ୬୭ ଜଣ କରୋନାରେ ମୃତ୍ୟୁ

ଭୁବନେଶ୍ୱର, ୧୭/୭: ରାଜ୍ୟରେ ଏଣିକି ପୁଣିଥରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢିବା ସହ କରୋନା ଜନିତ ମୃତ୍ୟୁ ସଂଖ୍ୟା ମଧ୍ୟ ବଢୁଛି। ଆଜି ରାଜ୍ୟରେ ୬୭  ଜଣଙ୍କ ଜୀବନ ନେଇଛି କରୋନା । ଖୋର୍ଦ୍ଧାରୁ ସର୍ବାଧିକ ୨୫ କୋରୋନା ଆକ୍ରାନ୍ତଙ୍କ ମୃତ୍ୟୁ , ଗଞ୍ଜାମରୁ ୮, ସୁନ୍ଦରଗଡ଼ରୁ ୭,ମୟୂରଭଞ୍ଜ ଓ ପୁରୀରୁ ୬ ଲେଖାଏଁ, ବରଗଡ଼ରୁ ୪, ନୟାଗଡ଼ରୁ ୩ ମୃତ । ଅନୁଗୁଳ, ଭଦ୍ରକ, ବୌଦ୍ଧ, ଗଜପତି, ଜଗତସିଂହପୁର, ଯାଜପୁର, କଳାହାଣ୍ଡି ଓ କନ୍ଧମାଳରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।ଏହାସହ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୪୯୯୨ କୁ ବୃଦ୍ଧି ପାଇଛି ।