ଦେଶରେ ୨୪ ଘଣ୍ଟା ଭିତରେ ୩୦,୦୯୩ ଜଣ କରୋନ ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ ,୨୦/୭ : ଦେଶରେ ଗତ ୨୪ ଘଣ୍ଟା ଭିତରେ ୩୦,୦୯୩ ଜଣ କ ରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାସହ ଦେଶରେ ଏବେ ସୁଦ୍ଧା କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩ କୋଟି ୧୧ ଲକ୍ଷ ୭୪ ହଜାର ୩୨୨କୁ ବୃଦ୍ଧି ପାଇଛି । ସେହିପରି ଆଜି ୩୭୪ ଜଣଙ୍କ ମୁଣ୍ଡ ନେଇଛି କରୋନା । ଏହାସହ ଦେଶରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୪ ଲକ୍ଷ ୧୪ ହଜାର ୪୮୨ରେ ପହଁଚିଛି । ୨୪ଘଣ୍ଟାରେ ଦେଶରେ ୪୫, ୨୫୪ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି | ଏବେ ସୁଦ୍ଧା ଚିହ୍ନଟ ହୋଇଥିବା ମୋଟ ଆକ୍ରାନ୍ତଙ୍କ ମଧ୍ୟରୁ ୩,୦୩, ୫୩,୭୧୦ ଜଣ ସୁସ୍ଥ ହୋଇସାରିଲେଣି । ଏବେ ମୋଟ ଆକ୍ଟିଭ କେସ୍ ୪,୦୬,୧୩୦ ରହିଛି । ଏନେଇ କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ମିଳିଛି ।