ଦେଶରେ ୨୪ ଘଣ୍ଟା ଭିତରେ ୪୧,୩୮୩ ଜଣ କରୋନ ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ ,୨୨/୭ : ଦେଶରେ ଗତ ୨୪ ଘଣ୍ଟା ଭିତରେ ୪୧,୩୮୩ ଜଣ କ ରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାସହ ଦେଶରେ ଏବେ ସୁଦ୍ଧା କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩ କୋଟି ୧୨ ଲକ୍ଷ ୫୭ ହଜାର ୭୨୦କୁ ବୃଦ୍ଧି ପାଇଛି । ସେହିପରି ଆଜି ୫୦୭ ଜଣଙ୍କ ମୁଣ୍ଡ ନେଇଛି କରୋନା । ଏହାସହ ଦେଶରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୪ ଲକ୍ଷ ୧୮ ହଜାର ୯୮୭ରେ ପହଁଚିଛି । ଏବେ ସୁଦ୍ଧା ଚିହ୍ନଟ ହୋଇଥିବା ମୋଟ ଆକ୍ରାନ୍ତଙ୍କ ମଧ୍ୟରୁ ୩,୦୪, ୨୯,୩୩୯ ଜଣ ସୁସ୍ଥ ହୋଇସାରିଲେଣି । ଏବେ ମୋଟ ଆକ୍ଟିଭ କେସ୍ ୪,୦୯,୩୯୪ ରହିଛି । ଏନେଇ କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ମିଳିଛି ।