ଲଘୁଚାପର ରୂପ ନେଲା ସୃଷ୍ଟ ଘୂର୍ଣ୍ଣିବଳୟ

ଭୁବନେଶ୍ୱର, ୨୨/୭: ରାଜ୍ୟରେ ଦୁଇ ଦିନ ତଳେ ଅସହାୟ ତାତି କୁ ଗରମ ବଢ଼ିବାରେ ଲାଗିଥିଲା । କିନ୍ତୁ ଏବେ ସ୍ଥାନେ ସ୍ଥାନେ ଦୁଇ ଦିନ ହେବ ପ୍ରବଳ ବର୍ଷା ଲାଗି ରହିଛି । ଅନ୍ୟପଟେ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଲଘୁଚାପର ରୂପ ନେଇଥିବା ସୂଚନା ମିଳିଛି । ଫଳରେ ୨୭ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି । ଏହାସହ ଆଜି ୧୬ ଜିଲ୍ଲା ପାଇଁ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ୧୬ ଜିଲ୍ଲା ଗୁଡିକ ହେଉଛି ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦୁଝର, ଅନୁଗୁଳ, ଢେଙ୍କାନାଳ, ସୁନ୍ଦରଗଡ଼, କୋରାପୁଟ, ମାଲକାନଗିରି, ଖୋର୍ଦ୍ଧା, ସମ୍ବଲପୁର, ପୁରୀ, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା ଓ ଦେବଗଡ଼। ଆସନ୍ତା ୨୭ରେ ଉତ୍ତର ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ବଳୟ ଘନୀଭୂତ ହେବା ଆଶଙ୍କା ରହିଥିବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ ।