ଦେଶରେ ୨୪ ଘଣ୍ଟା ଭିତରେ ୩୯,୦୯୭ ଜଣ କରୋନ ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ ,୨୪/୭ : ଦେଶରେ ଗତ ୨୪ ଘଣ୍ଟା ଭିତରେ ୩୯,୦୯୭ ଜଣ କ ରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାସହ ଦେଶରେ ଏବେ ସୁଦ୍ଧା କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩ କୋଟି ୧୩ ଲକ୍ଷ ୩୨ ହଜାର ୧୫୯କୁ ବୃଦ୍ଧି ପାଇଛି । ସେହିପରି ଆଜି ୫୪୬ ଜଣଙ୍କ ମୁଣ୍ଡ ନେଇଛି କରୋନା । ଏହାସହ ଦେଶରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୪ ଲକ୍ଷ ୨୦ ହଜାର ୦୧୬ରେ ପହଁଚିଛି । ଏବେ ସୁଦ୍ଧା ଚିହ୍ନଟ ହୋଇଥିବା ମୋଟ ଆକ୍ରାନ୍ତଙ୍କ ମଧ୍ୟରୁ ୩,୦୫, ୦୩,୧୬୬ ଜଣ ସୁସ୍ଥ ହୋଇସାରିଲେଣି । ଏବେ ମୋଟ ଆକ୍ଟିଭ କେସ୍ ୪,୦୮,୯୭୭ ରହିଛି । ଏନେଇ କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ମିଳିଛି ।