ଆସନ୍ତା ୨୮ ପାଖାପାଖି ସୃଷ୍ଟି ହୋଇପାରେ ଆଉ ଏକ ଲଘୁଚାପ

ଭୁବନେଶ୍ୱର, ୨୫/୭: ଆସନ୍ତା  ୨୮ ପାଖାପାଖି ସୃଷ୍ଟି ହୋଇପାରେ ଆଉ ଏକ ଲଘୁଚାପ କ୍ଷେତ୍ର । ଉତ୍ତର ବଙ୍ଗୋପସାଗର ଓ ନିକଟବର୍ତ୍ତୀ ଅଞ୍ଚଳରେ ସୃଷ୍ଟି ହେବା ସମ୍ଭାବନା ରହିଛି । ଏନେଇ ଆଗାମୀ ୨୪ ଘଣ୍ଟାରେ ୧୮ ଜିଲ୍ଲାରେ ବର୍ଷା ଓ ବଜ୍ରପାତ ଆଶଙ୍କା ରହିଛି। ୧୮ ଜିଲ୍ଲାଗୁଡିକ ହେଉଛି ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ ଜଗତସିଂହପୁର, ସୁନ୍ଦରଗଡ଼, ଦେବଗଡ଼, ସମ୍ବଲପୁର, ଝାରସୁଗୁଡ଼ା, କେନ୍ଦୁଝର, ମୟୂରଭଞ୍ଜ, ମାଲକାନଗିରି, କୋରାପୁଟ, ଖୋର୍ଦ୍ଧା, ପୁରୀ, କନ୍ଧମାଳ ଓ ନୟାଗଡ଼ ।