ରାଜ୍ୟରେ ଆଜି ୬୨ ଜଣ କରୋନାରେ ମୃତ୍ୟୁ

ଭୁବନେଶ୍ୱର, ୨୬/୭: ରାଜ୍ୟରେ ଏଣିକି ପୁଣିଥରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢିବା ସହ କରୋନା ଜନିତ ମୃତ୍ୟୁ ସଂଖ୍ୟା ମଧ୍ୟ ବଢୁଛି। ଆଜି ରାଜ୍ୟରେ ୬୨ ଜଣଙ୍କ ଜୀବନ ନେଇଛି କରୋନା । ଏହାସହ  କରୋନାଜନିତ  ମୋଟ ମୃତ୍ୟୁ ସଂଖ୍ୟା ୫୫୭୪କୁ ବୃଦ୍ଧି ପାଇଛି । ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୪୨,
ସୁନ୍ଦରଗଡ଼ରୁ ୧୦, କେନ୍ଦୁଝର ୪, ଯାଜପୁରରୁ ୨, କନ୍ଧମାଳ, ଜଗତସିଂହପୁର, ଗଞ୍ଜାମ ଓ ପୁରୀରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।