ରାଜ୍ୟରେ ଆଜି ୧୬୨୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, ୨୭/୭: ରାଜ୍ୟରେ ପୁଣିଥରେ  ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢିବାରେ ଲାଗିଛି। ଏହାରିମଧ୍ୟରେ ଆଜି ରାଜ୍ୟରେ ଦିନକରେ ଆଉ ୧୬୨୯ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ସଂଗରୋଧରୁ ୯୩୯ ଓ ସ୍ଥାନୀୟ ଅଞ୍ଚଳରୁ ୬୯୦ ରୋଗୀ ଚିହ୍ନଟ ହୋଇଛନ୍ତି। ଏହାସହ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୯,୭୦,୮୧୪ କୁ ବୃଦ୍ଧି ପାଇଛି। ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ  ୯ଲକ୍ଷ ୪୭ ହଜାର ୩୮୧ଜଣ ସୁସ୍ଥ ହୋଇଛନ୍ତି। କିନ୍ତୁ ଏବେ ବି ୧୭,୭୪୬ ଜଣ ଚିକିତ୍ସାଧୀନ ଅଛନ୍ତି।