ଆଜିଠାରୁ ୩୦ ତାରିଖ ଯାଏ ବର୍ଷା ସମ୍ଭାବନା

ଭୁବନେଶ୍ୱର,୨୭/୭: ଉତ୍ତର ବଙ୍ଗୋପସାଗରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଆଜିଠୁ ୩୦ ତାରିଖ ଯାଏ ରାଜ୍ୟରେ ବର୍ଷା ସମ୍ଭାବନା ରହିିିଛି। ଆଜି ପାଇଁ ୨୬ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଥିବା ୨୬ ଜିଲ୍ଲା ଗୁଡିକ ହେଉଛି ମୟୂରଭଞ୍ଜ, କେନ୍ଦୁଝର, ବରଗଡ଼, ସୁବର୍ଣ୍ଣପୁର, ସମ୍ବଲପୁର, ସୁନ୍ଦରଗଡ଼, ଝାରସୁଗୁଡ଼ା, ଦେବଗଡ଼, ବୌଦ୍ଧ, ଅନୁଗୁଳ, ଢେଙ୍କାନାଳ, ଯାଜପୁର, ଭଦ୍ରକ, ବାଲେଶ୍ବର, କେନ୍ଦ୍ରାପଡ଼ା, କଟକ, ଖୋର୍ଦ୍ଧା, ଜଗତସିଂହପୁର, ପୁରୀ, ନୟାଗଡ଼, କନ୍ଧମାଳ, ନବରଙ୍ଗପୁର, କୋରାପୁଟ, ରାୟଗଡ଼ା, ଗଞ୍ଜାମ, ନୂଆପଡ଼ା । ସେହିପରି ଟ୍ବିନ୍‌ ସିଟି କଟକ ଓ ଭୁବନେଶ୍ବରକୁ ବି ବଜ୍ରପାତ ସହ ବର୍ଷା ସମ୍ଭାବନା ରହିଛିି । ଏନେଇ ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ମିିଳିଛି।